18.1 C
Bhubaneswar
Thursday, February 5, 2026
Homeଓଡିଶାଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନ ଭଣ୍ଡାର ଗଣତି  

ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନ ଭଣ୍ଡାର ଗଣତି  

ପୁରୀ: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନ ଭଣ୍ଡାର ଗଣତି । ଶ୍ରୀମନ୍ଦିରର ମେଘନାଦ ପାଚେରୀ କାମ ଚାଲିଛି । ଶୁଖିଲା ପରେ ମରାମତି କାମ ଆଗେଇବ ।   ବୁଧବାର ବସିବଗୁରୁତ୍ବପୂର୍ଣ୍ଣ ବୈଠକ । ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ  ସୂଚନା ଦେଇଛନ୍ତି । କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼ ହେତୁ ଏଏସଆଇ  ରତ୍ନଭଣ୍ଡାରର ମରାମତି କାମ କରିପାରିନଥିଲା। ହେଲେ ଏବେ ମରାମତି କାମ ଆରମ୍ଭ ହେବ। ଏନେଇ ଏଏସଆଇ ପକ୍ଷରୁ ପ୍ରସ୍ତୁତି ସରିଛି। ମୁଁ ଆଶା କରୁଛି, ଜାନୁଆରି ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତିମଣତି। ରତ୍ନଭଣ୍ଡାର ଗଣତିମଣତି ପାଇଁ ଏସଓପି ପ୍ରସ୍ତୁତ ସରିଥିଲା। ଏଏସଆଇ ମରାମତି କରି ସାର୍ଟିଫିକେଟ୍ ଦେବା ପରେ ଗଣତିମଣତି ହେବ। ମରାମତି ଏମିତି ହେବା ଦରକାର, ଯେମିତି ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି। ଏହା ଏକ ଗୁରୁତ୍ବପୂର୍ଣ୍ଣ ଅଂଶ। ଏସଓପି ଗୋପନୀୟ। ଏଣୁ ଏହାକୁ ପ୍ରକାଶ କରାଯାଇ ପାରିବ ନାହିଁ। ଠାକୁରଙ୍କ ଯେତିକି ସମ୍ପତ୍ତି ଅଛି, ତାହା ସୁରକ୍ଷିତ ରହିବା ଦରକାର ବୋଲି କୁହାଯାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking