22.1 C
Bhubaneswar
Sunday, November 10, 2024
Homeଓଡିଶାଲୋକଙ୍କ ସୁରକ୍ଷା ନେଇ ଜାରି ହେଲା ଗାଇଡଲାଇନ୍

ଲୋକଙ୍କ ସୁରକ୍ଷା ନେଇ ଜାରି ହେଲା ଗାଇଡଲାଇନ୍

ଭୁବନେଶ୍ୱର : ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଲୋକଙ୍କ ସୁରକ୍ଷା ନେଇ ଜାରି ହେଲା ଗାଇଡଲାଇନ୍। ଡାକ୍ତର, ଛାତ୍ରଛାତ୍ରୀ ଓ ସ୍ୱାସ୍ଥ୍ୟ ସେବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କ ପାଇଁ ଗାଇଡଲାଇନ ଜାରି ହୋଇଛି।ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀରେ ସ୍ପଷ୍ଟ କରାଯାଇଛି ଯେ, ଏଣିକି ସବୁ ମେଡିକାଲ ଶିକ୍ଷାନୁଷ୍ଠାନ ଚାରିପାଖରେ ପାଚେରି ରହିବ। ସବୁ କର୍ମଚାରୀଙ୍କ ପାଇଁ ପରିଚୟପତ୍ର ଓ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ରହିବ। ପୁରୁଷ ଓ ମହିଳା ଡାକ୍ତରଙ୍କ ପାଇଁ ଡ୍ୟୁଟି ଓ ରେଷ୍ଟ ରୁମ୍ ରହିବ। ସବୁ ସରକାରୀ ମେଡିକାଲ କଲେଜରେ ଫାଣ୍ଡି ବାଧ୍ୟତାମୂଳକ। ଇନଡୋର ରୋଗୀଙ୍କ ପାଇଁ ଭିଜିଟର ପାସ୍ ବ୍ୟବସ୍ଥା କରିବାକୁ ବି ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଓପିଡିରେ ୨୪ ଘଣ୍ଟିଆ ସୁରକ୍ଷାକର୍ମୀ ମୁତୟନ ରହିବେ। ଯେତେ ସମ୍ଭବ ଉଭୟ ପୁରୁଷ ଓ ମହିଳା ସୁରକ୍ଷାକର୍ମୀ ଦାୟିତ୍ୱରେ ରହିବେ।ସୁରକ୍ଷାକର୍ମୀ କ୍ୟାମ୍ପସ ଭିତରେ ପାଟ୍ରୋଲିଂ କରି ଅନଧୀକୃତ ଯାତ୍ରୀଙ୍କୁ ତଡ଼ିବେ। ଗୁରୁତ୍ୱପୂର୍ଣ୍ଣ ସ୍ଥାନ, ହଷ୍ଟେଲ ଓ ଗେଟ୍ ବାହାରେ ଲାଗିବ ସିସିଟିଭି କ୍ୟାମେରା। ଆପଦକାଳୀନ ସୂଚନା ଦେବାକୁ ପାନିକ ବଟନ୍, ଜରୁରୀ ଫୋନ୍ ଏବଂ ଆପ୍ ରହିବ। କୌଣସି ଅଘଟଣ ସୂଚନା ହେଲେ କର୍ତ୍ତୃପକ୍ଷ ତୁରନ୍ତ କାର୍ୟ୍ୟାନୁଷ୍ଠାନ ନେବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking