20.1 C
Bhubaneswar
Thursday, December 18, 2025
Homeଦେଶ ବିଦେଶଦୁର୍ଘଟଣାଗ୍ରସ୍ତ ହେଲା ହେଲିକପ୍ଟର ; ଚାଲିଗଲା ୩ ଜୀବନ

ଦୁର୍ଘଟଣାଗ୍ରସ୍ତ ହେଲା ହେଲିକପ୍ଟର ; ଚାଲିଗଲା ୩ ଜୀବନ

ନୂଆଦିଲ୍ଲୀ : ଦୁର୍ଘଟଣାଗ୍ରସ୍ତ ହେଲା ହେଲିକପ୍ଟର। ମହାରାଷ୍ଟ୍ର ପୁଣେରେ ଏକ ଘରୋଇ ହେଲିକପ୍ଟର କ୍ରାଶ ହୋଇଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ହେଲିକପ୍ଟରଟି ପୂରା ଖଣ୍ଡ ଖଣ୍ଡ ହୋଇଯାଇଛି। ଏଥିରେ ୩ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ପାଇଲଟ ଅଛନ୍ତି। ସୂଚନା ଅନୁଯାୟୀ, ଆଜି ସକାଳୁ ମହାରାଷ୍ଟ୍ର ପୁଣେ ଜିଲ୍ଲାର ବାବଧାନ ବୁଦ୍ରୁକ ଗାଁରେ ହେଲିକପ୍ଟର କ୍ରାଶ ହୋଇଛି। ଏନେଇ ଗାଁ ଲୋକେ ସ୍ଥାନୀୟ ପୁଲିସକୁ ଖବର ଦେଇଥିଲେ। ହେଲିକପ୍ଟରରେ ଥିବା ୩ ଜଣ ଗୁରୁତର ଥିବା ମଧ୍ୟ ପୁଲିସ କଣ୍ଟ୍ରୋଲ ରୁମ୍‌କୁ ସୂଚନା ଦିଆଯାଇଥିଲା। ସୂଚନା ପାଇ ପୁଲିସ ଓ ମେଡିକାଲ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତିନି ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିିଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ୨ ପାଇଲଟ୍‌ ସମେତ ଜଣେ ଇଞ୍ଜିନିୟରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।  ଏହି ହେଲିକପ୍ଟରଟି ଅକ୍ସଫୋର୍ଡ ଗଲ୍ଫ ରିସର୍ଟରୁ ମୁମ୍ବାଇ ଅଭିମୁଖେ ଯାଉଥିଲା। ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା ହୋଇଥିବା ଆଶଙ୍କା କରାଯାଉଛି। ତେବେ ଦୁର୍ଘଟଣାର ପ୍ରକୃତ କାରଣ ଏପର୍ୟ୍ୟନ୍ତ ଜଣା ପଡିନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking