25.1 C
Bhubaneswar
Saturday, February 14, 2026
Homeଓଡିଶାସାଢେ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବି

ସାଢେ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବି

ଭୁବନେଶ୍ୱର : ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ଆଜି ଗୃହରେ ପୂର୍ବତନ ବିଧାୟକ ସ୍ୱଗର୍ତ ଅଶ୍ୱନୀ ଗୁରୁଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ଓ କଂଗ୍ରେସ ବିଧାୟକ ଦଳ ନେତା। ଶୋକ ପ୍ରସ୍ତାବ ଆଗତ ପରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ବେଳେ ବିରୋଧୀ ସଦସ୍ୟମାନେ ହୋହାଲ୍ଲା କରିଥିଲେ। ସୁଭଦ୍ରା ଯୋଜନାରେ ଜାରି ହୋଇଥିବା ମାର୍ଗଦର୍ଶିକାକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ବିଜେଡି ବିଧାୟକ ମାନେ ଗୃହର ମଧ୍ୟଭାଗରେ ଆସି ନାରାବାଜି କରିଥିଲେ। ଏଥିରେ କଂଗ୍ରେସ ବିଧାୟକମାନେ ମଧ୍ୟ ସାମିଲ ହୋଇଥିଲେ। ଫଳରେ ବାଚସ୍ପତି ଗୃହକୁ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking