29.1 C
Bhubaneswar
Thursday, May 9, 2024
Homeଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ

ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ

ଭୁବନେଶ୍ବର : ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହାକୁ ଉପସ୍ଥପାନ କରିଛନ୍ତି । ନିଜର ବଜେଟ ଉପସ୍ଥାପନ ବେଳେ ସେ କହିଛନ୍ତି ଯେ ଓଡ଼ିଶା ୧୦୦ ନିୟୁତ ଡଲାର ଅର୍ଥନୀତିରେ ପରିଣତ ହୋଇଛି । ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାର ହାରାହାରି ଅଭିବୃଦ୍ଧି ହାର ୭.୨୫ ପ୍ରତିଶତରେ ପହଞ୍ଚିଛି, ଯାହାକି ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ ରହିଛି । ରାଜ୍ୟରେ ମୁଣ୍ଡପିଛା ଆୟ ଓ ଜାତୀୟ ମୁଣ୍ଡପିଛା ଆୟ ମଧ୍ୟରେ ବ୍ୟବଧାନ ୩୨ ପ୍ରତିଶତକୁ ରୁ ୧୩ ପ୍ରତିଶତକୁ ହ୍ରାସ ପାଇଛି । ୨୦୨୪-୨୫ ଆର୍ଥିକ ବର୍ଷର ଆଗୁଆ ଆକଳନ ଅନୁସାରେ ଓଡ଼ିଶାର ଅଭିବୃଦ୍ଧି ୮.୫ ପ୍ରତିଶତକୁ ବୃଦ୍ଧି ପାଇବ । ଏଣୁ ସମଗ୍ର ଦେଶର ଅର୍ଥନୀତି କ୍ଷେତ୍ରରେ ଓଡ଼ିଶା ଏକ ଉଜ୍ଜଳ ସ୍ଥାନ ହୋଇ ରହିଛି । ଏହି ବଜେଟର କୃଷି ଓ ଅନୁଷଙ୍ଗିକ କ୍ଷେତ୍ର ପାଇଁ ୨୮,୯୮୪ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ଯାହାକି ପୂର୍ବ ବର୍ଷର ବ୍ୟୟବରାଦ ତୁଳନାରେ ୧୬.୬ ପ୍ରତିଶତ ଅଧିକ ଅଟେ । ରାଜ୍ୟର କୃଷି ଅଭିବୃଦ୍ଧିକୁ ତ୍ବରାନ୍ବିତ କରିବା ଓ ଦାରିଦ୍ର୍ୟ ହ୍ରାସ ପାଇଁ କାଳିଆ ଯୋଜନା ଆରମ୍ଭ କରାଯାଇଛି । ଏବେ ସୁଦ୍ଧା କାଳିଆ ଯୋଜନାରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ ସହାୟତା ପ୍ରଦାନ କରାଯାଇଛି ।ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଦ୍ବାରା ଉପସ୍ଥାପିତ ରାଜ୍ୟ ଅନ୍ତରୀଣ ବଜେଟରେ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ଉପରେ ଅଧିକ ଗୁରୁତ୍ବ ପ୍ରଦାନ କରାଯାଇଛି । ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ମୋଟ ୩୩୮୬୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ତାହା ମଧ୍ୟରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୨୪୭୬୪ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଉଚ୍ଚଶିକ୍ଷା ବିଭାଗ ପାଇଁ ୩୪୭୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ମୋ ସ୍କୁଲ ଅଭିଯାନ ପାଇଁ ୫୨୧ କୋଟି ଟଙ୍କା ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଇଁ ୮୮୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ସମଗ୍ର ଶିକ୍ଷା ପାଇଁ ୪୭୧୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଅନ୍ୟପକ୍ଷରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପାଇଁ ୧୫୮୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଉଚ୍ଚଶିକ୍ଷା ଅଧିନରେ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ୨୦୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ବୈଷୟିକ ବିଶ୍ବବିଦ୍ୟାଳୟ, ଇଂଜିନିୟରିଂ କଲେଜ, ପଲିଟେକନିକ ଓ ଆଇଟିଆଇଗୁଡ଼ିକର ବିକାଶ ପାଇଁ ୧୭୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ରାଜ୍ୟ ଅନ୍ତରୀଣ ବଜେଟରେ ସ୍ବାସ୍ଥ୍ୟ କ୍ଷେତ୍ର ଉପରେ ଗୁରୁତ୍ବ ପ୍ରଦାନ କରାଯାଇଛି । ଜନସ୍ବାସ୍ଥ୍ୟ ସେବା କ୍ଷେତ୍ର ପାଇଁ ୧୯୯୫୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ଯାହାକି ପୂର୍ବବର୍, ତୁଳନାରେ ୨୪ ପ୍ରତିଶତ ଅଧିକ ଓ ଏହା ରାଜ୍ୟ ବଜେଟର ପ୍ରାୟ ୮ ପ୍ରତିଶତ ଅଟେ । ଆମ ହସପିଟାଲ ଯୋଜନା ପାଇଁ ୧୩୧୪ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ଓ ପରିବାର କଲ୍ୟାଣ ଯୋଜନା ପାଇଁ ୬୯୮ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୫୪୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିସନ ପାଇଁ ୨୯୯୨ କୋଟି ଟଙ୍କାର ବ୍ୟୟବରାଦ ହୋଇଥିବାବେଳେ ଏଥିରେ ମେଡିକାଲ ଶିକ୍ଷାନୁଷ୍ଠାନକୁ ସହାୟତା ପାଇଁ ୫୬୦ କୋଟି ଅନ୍ତର୍ଭୁକ୍ତ । ଜାତୀୟ ସ୍ବାସ୍ଥ୍ୟ ମିସନ ପାଇଁ ୧୬୬୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବାବେଳେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟସେବା ଭିତ୍ତିଭୂମି ମିସନ ପାଇଁ ୩୩୮ କୋଟି ଟଙ୍କା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking