21.1 C
Bhubaneswar
Monday, November 18, 2024
Homeଦେଶ ବିଦେଶପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ପ୍ରସଙ୍ଗ : ତଦନ୍ତ କରିବେ ପୂର୍ବତନ ସୁପ୍ରିମକୋର୍ଟ ଜଜ୍‌

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ପ୍ରସଙ୍ଗ : ତଦନ୍ତ କରିବେ ପୂର୍ବତନ ସୁପ୍ରିମକୋର୍ଟ ଜଜ୍‌

ନୂଆଦିଲ୍ଲୀ : ଜାନୁଆରୀ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଞ୍ଜାବର ଫିରୋଜପୁର ଗସ୍ତରେ ଯାଇଥିବାବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥାରେ ବ୍ୟାପକ ତ୍ରୁଟି ପରିଲକ୍ଷିତ ହୋଇଥିଲା । ଫଳରେ ମୋଦୀ ଫିରୋଜପୁରର ହୁସେନିୱାଲା ଯାଇନପାରି ଅଧାବାଟରୁ ଫେରିଆସିବାକୁ ବାଧ୍ୟ ହୋଇଥିଲେ । ଏହି ଘଟଣାକୁ କେନ୍ଦ୍ରକରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବିବାଦର ସୂତ୍ରପାତ ହୋଇଛି । ଏଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗର ତଦନ୍ତ ପାଇଁ ଏକ ପ୍ୟାନେଲ ଗଠନ କରିବାକୁ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସୁପ୍ରିମକୋର୍ଟର ଜଣେ ପୂର୍ବତନ ବିଚାରପତି ଏହି ପ୍ୟାନେଲର ଅଧ୍ୟକ୍ଷତା କରିବେ ଏବଂ ପ୍ୟାନେଲରେ ଅନ୍ୟମାନଙ୍କ ମଧ୍ୟରେ ପଞ୍ଜାବ ପୁଲିସ ଡିଜି, ଏନ୍‌ଆଇଏ (ଜାତୀୟ ତଦନ୍ତକାରୀ ସଂସ୍ଥା)ର ଆଇଜି ଏବଂ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲଙ୍କୁ ମଧ୍ୟ ସାମିଲ କରାଯିବ ।

ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେବାକୁ ‘ଲୟର୍ସ ଭଏସ୍‌’ ନାମକ ସଂଗଠନ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଏର କରାଯାଇଥିଲା। ପ୍ରଧାନ ବିଚାରପତି ଜଷ୍ଟିସ ଏନ୍‌.ଭି.ରମନା, ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ହିମା କୋହଲିଙ୍କୁ ନେଇ ଗଠିତ ପୀଠ ସୋମବାର ମାମଲାର ଶୁଣାଣି କରିଛନ୍ତି । ଏହି ଘଟଣାରେ ପଞ୍ଜାବ ସରକାର ନିଜର ତ୍ରୁଟି ସ୍ୱୀକାର କରିସାରିଥିବାବେଳେ ଅନ୍ୟ କେଉଁ ପ୍ରସଙ୍ଗକୁ ତଦନ୍ତ କରାଯିବ ବୋଲି ସୁପ୍ରିମକୋର୍ଟ ପୀଠ ପ୍ରଶ୍ନ କରିଛନ୍ତି । ଅଭିଯୁକ୍ତ ପୁଲିସ ଅଧିକାରୀଙ୍କୁ ଅନ୍ୟତ୍ର ବଦଳି କରାଯାଇଥିବାବେଳେ ଏ ପ୍ରସଙ୍ଗରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଆଉ ପୃଥକ ତଦନ୍ତ କରିବାର ଆବଶ୍ୟକତା ନାହିଁ ବୋଲି ସୁପ୍ରିମକୋର୍ଟ ପୀଠ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking