31.1 C
Bhubaneswar
Monday, April 6, 2026
Homeଓଡିଶାଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର

ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର

ଭୁବନେଶ୍ୱର : ଆଜି ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ରତ୍ନଭଣ୍ଡାରରେ ଥିବା ଖାଲି ସିନ୍ଦୁକ ଓ ଆଲମିରାଗୁଡ଼ିକୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର କରାଯାଉଛି। ଏଥିପାଇଁ ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ଟେକନିକାଲ୍ ଟିମ୍ ଶ୍ରୀମନ୍ଦିର ଭିତରେ ରହିଛନ୍ତି। ଓଡ୍ରାଫ୍, ଅଗ୍ନିଶମ ଏବଂ ସ୍ନେକ୍ ହେଲପ୍ ଲାଇନ୍ ସଦସ୍ୟ ବି ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି। ଲାଇଟ୍, କଟର, ଜେନେରେଟର୍, ଫାୟାର୍ ମାସ୍କ, ମେଟାଲ୍ ଡିଟେକ୍ଟର ସବୁ ଭିତରକୁ ଯାଇଛି। ସ୍ଥାନାନ୍ତର ସରିବା ଯାଏ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking