31.1 C
Bhubaneswar
Sunday, May 19, 2024
Homeଓଡିଶାପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଯାଜପୁର : ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ରଘୁନାଥପୁର ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ହେଲେ ରଂଜନ ସାମଲ । ସୂଚନା ମୁତାବକ ରଘୁନାଥପୁର ଗ୍ରାମର ରନ୍ଧାକର ସାମଲଙ୍କ ପୁଅ ରଂଜନ ପୋଖରୀକୁ ଗାଧେଇବାକୁ ଯାଇ ଥିବା ବେଳେ ଗୋଡ଼ ଖସି ଯାଇଥିଲା। ଫଳରେ ସେ ଦୀର୍ଘ ସମୟ ଧରି ପାଣିରେ ବୁଡି ଯାଇଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛି । ଏନେଇ ଅଳକୁଣ୍ଡ ପୋଲିସ ମୃତ ଶରୀରକୁ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ପଠେଇବା ସହିତ ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking