30.1 C
Bhubaneswar
Wednesday, April 24, 2024
Homeଓଡିଶାଆଜିଠାରୁ ମାଟ୍ରିକ ପରୀକ୍ଷା ଖାତାଦେଖା ଆରମ୍ଭ

ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତାଦେଖା ଆରମ୍ଭ

କଟକ: ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତାଦେଖା ଆରମ୍ଭ ହୋଇଛି। ଖାତା ମୂଲ୍ୟାୟନ ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ହୋଇଛନ୍ତି। ଖାତାଦେଖା ପରେ ଅନଲାଇନରେ ମାର୍କ ଅପଲୋଡିଂ ହେବ। ରାଜ୍ୟର ୫୮ଟି କେନ୍ଦ୍ରରେ ଖାତାଦେଖା ଚାଲିଛି। ସେହିପରି ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଏବଂ ୯୩୦ ଜଣ ସ୍କ୍ରୁଟିନାଇଜରଙ୍କୁ ନିଯୁକ୍ତି ଦିଆଯାଇଛି। ଦିନ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଖାତାଦେଖା ଜାରି ରହିବ। ପରୀକ୍ଷକ ମାନେ ୨୦ ତାରିଖରୁ ଖାତାଦେଖା କେନ୍ଦ୍ରରେ ପହଞ୍ଚି ସାରିଛନ୍ତି। ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ୍, ମଧ୍ୟମା, ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ସରିଛି। ଏ ବ‌ର୍ଷ ମୋଟ ୫୮୫୭୩୦ ପରୀକ୍ଷାର୍ଥୀ ରାଜ୍ୟର ୩୫୪୦ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking