20.1 C
Bhubaneswar
Saturday, February 14, 2026
Homeଓଡିଶାଛୁଇଁଲା ମୌସୁମୀ; ସବୁ ଜିଲ୍ଲାରେ ବର୍ଷା

ଛୁଇଁଲା ମୌସୁମୀ; ସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଶୁକ୍ରବାର ସୁଦ୍ଧା ସବୁ ଜିଲାକୁ ମୌସୁମୀ ଛୁଇଁବା ପରେ ଅଧିକାଂଶ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଫଳରେ ଗ୍ରୀଷ୍ମ ଲହରିରେ ବ୍ରେକ୍‌ ଲାଗିବା ସହ ଲୋକଙ୍କୁ ଆଶ୍ବସ୍ତି ମିଳିଛି। ଏ ନେଇ  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ଦେବଗଡ଼ ଆଦି ୨୪ ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଛୁଇଁଛି। ସେହିଭଳି ୪ ଜିଲା ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ବାଲେଶ୍ୱରର ଅଧିକାଂଶ ଅଞ୍ଚଳ ଏବଂ ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଆଦି ୨ଟି ଜିଲାର କିଛି ଅଞ୍ଚଳରେ ମୌସୁମୀ ପହଞ୍ଚିଛି ।  ବର୍ତ୍ତମାନ ମୌସୁମୀ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୩-୪ଦିନ ମଧ୍ୟରେ ରାଜ୍ୟର ଏହି ୬ଟି ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ମୌସୁମୀ ସକ୍ରିୟ ରହିବାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକ ବର୍ଷା ଆରମ୍ଭ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking