27.1 C
Bhubaneswar
Wednesday, May 8, 2024
Homeଓଡିଶାଆସନ୍ତା ୨୭ରେ କେରଳ ଛୁଇଁବ ମୈାସୁମୀ

ଆସନ୍ତା ୨୭ରେ କେରଳ ଛୁଇଁବ ମୈାସୁମୀ

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ମୌସୁମୀ କେରଳ ଛୁଇଁବ । ପୂର୍ବବର୍ଷ ଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୭ ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅବଶ୍ୟ ଓଡ଼ିଶାରେ ମୌସୁମୀ କେବେ ଛୁଇଁବ, ସେକଥା କୁହାଯାଇନି। ହେଲେ ସାଧାରଣତଃ କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ। ତେଣୁ ଓଡ଼ିଶାରେ ମୌସୁମୀ ଜୁନ୍ ପ୍ରଥମ ସପ୍ତାହରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ କରିଛି ଯେ ଚଳିତ ବର୍ଷ ମେ’ ୨୭ରେ ରେ ଦକ୍ଷିଣ ପଶ୍ଚିମ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ରହିଛି। ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୧୫ ତାରିଖରେ ଆଣ୍ଡାମାନ ନିକୋବର ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ପୂର୍ବାନୁମାନ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking