39.6 C
Bhubaneswar
Thursday, June 11, 2026
Homeଓଡିଶାଆସନ୍ତା ଜୁନ୍ ୨୯ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା

ଆସନ୍ତା ଜୁନ୍ ୨୯ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା

ଭୁବନେଶ୍ୱର: ଆସନ୍ତା ଜୁନ୍ ୨୯ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଦେବସ୍ନାନ ପୂର୍ଣ୍ଣିମା ଉତ୍ସବକୁ ସୁରକ୍ଷିତ, ଶୃଙ୍ଖଳିତ ପରିବେଶ ମଧ୍ୟରେ ସମ୍ପନ୍ନ କରିବା ପାଇଁ ଓଡ଼ିଶା ପୁଲିସ୍ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପବିତ୍ର ସ୍ନାନପୂର୍ଣ୍ଣିମା ଅବସରରେ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ନିୟନ୍ତ୍ରଣ, ଯାତାୟାତ ଏବଂ ସୁରକ୍ଷା ବ୍ୟବସ୍ଥା ସଂକ୍ରାନ୍ତରେ ଡିଜିପି ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଶ୍ରୀମନ୍ଦିରର ରୀତିନୀତି ଅନୁଯାୟୀ ସ୍ନାନଯାତ୍ରା ସମେତ ଆଗାମୀ ରଥଯାତ୍ରା ସମୟରେ ଯେପରି କୌଣସି ତ୍ରୁଟିବିଚ୍ୟୁତି ନ ହୋଇ ସୁଚାରୁରୂପେ ସମ୍ପନ୍ନ ହେବ, ସେଥିପାଇଁ ତୃଣମୂଳ ସ୍ତରରୁ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ଡିଜିପି ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking