31.1 C
Bhubaneswar
Sunday, May 19, 2024
Homeଓଡିଶା୨ରୁ ୩ ଦିନ ମଧ୍ୟରେ ରାତି ତାପାମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବ

୨ରୁ ୩ ଦିନ ମଧ୍ୟରେ ରାତି ତାପାମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବ

ଭୁବନେଶ୍ୱର: ଆଗାମୀ ୭ ଦିନ ଯାଏ ପାଗ ଶୁଖିଲା ରହିବ । ତେବେ ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ଆସନ୍ତା୨ରୁ ୩ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏଁ ତଳକୁ ଖସିବ । ଫଳରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଶୀତ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଫଳରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ । ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୧ ଦଶମିକ ୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ଆଜିଠାରୁ ରାଜ୍ୟରେ କୋହଲା ପାଗ ବଦଳିବା ସହିତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ କୁହୁଡ଼ି ଦୃଶ୍ୟମାନ ହୋଇଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ତେବେ ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏଁ ତଳକୁ ଖସିବ । ତେବେ ବର୍ତ୍ତମାନ ଯେଉଁ ଅଞ୍ଚଳର ତାପମାତ୍ରା ସ୍ୱଭାବିକଠାରୁ ଅଧିକ ରହିଛି, ତାହା ଧୀରେ ଧୀରେ ସ୍ୱଭାବିକ ଅବସ୍ଥାକୁ ଫେରିବାର ସମ୍ଭାବନା ରହିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସର୍ବାଧିକ ବର୍ଷା ରାୟଗଡ଼ାରେ ରେକର୍ଡ କରାଯାଇଛି । ସେଠାରେ ୬ ମିଲିମିଟର ବର୍ଷା ହୋଇଛି । ସେହିପରି କନ୍ଧମାଳ ଜିଲ୍ଲା କେ.ନୂଆଗାଁଠାରେ ୨.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking