25.9 C
Bhubaneswar
Monday, April 6, 2026
Homeଓଡିଶାମହାନଦୀକୁ ଡେଇଁଲେ ନବମ ଶ୍ରେଣୀ ଛାତ୍ରୀ

ମହାନଦୀକୁ ଡେଇଁଲେ ନବମ ଶ୍ରେଣୀ ଛାତ୍ରୀ

ସମ୍ବଲପୁର : ମହାନଦୀକୁ ଡେଇଁଲେ ନବମ ଶ୍ରେଣୀ ଛାତ୍ରୀ। ସମ୍ବଲପୁର ଚାଉଁରପୁର ବ୍ରିଜରୁ ମହାନଦୀକୁ ଛାତ୍ରୀଜଣଙ୍କ ଡେଇଁପଡିଥିବା ସୂଚନା ମିଳିଛି। ଛାତ୍ରୀଙ୍କ ନାଁ କାଜଲ ବୋଲି ଜଣାପଡ଼ିଛି। କାଜଲଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ଶନିବାର ସକାଳୁଆ ସ୍କୁଲ ଥିବାରୁ କାଜଲ ସାଇକେଲ ଧରି ଘରୁ ବାହାରି ଆସିଥିଲେ। ମାତ୍ର ସେ ଚାଉଁରପୁର ବ୍ରିଜ ନିକଟରେ ଏହାପରେ ସେ ସାଇକେଲ ରଖି ବ୍ରିଜ ବାଡ଼ା ନିକଟକୁ ଯାଇଥିଲେ। ଏହାଦେଖି ମଣ୍ଣିଂୱାକ୍‌ କରୁଥିବା କିଛି ଲୋକ ପାଟି କରିଥିଲେ। ସେମାନେ ପହଞ୍ଚିବା ପୂର୍ବରୁ ଆଖି ପିଛୁଳାକେ ଛାତ୍ରୀଜଣକ ପାଣିକୁ ଡେଇଁ ପଡ଼ିଥିଲେ। ଖବର ପାଇ ଉଦ୍ଧାର ପାଇଁ ପୁଲିସ୍‌ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଅଗ୍ନିଶମ କର୍ମଚାରୀ ଖୋଜାଖୋଜି ଜାରି ରଖିଥିବା ବେଳେ ଛାତ୍ରୀଙ୍କ ପତ୍ତା ମିଳି ପାରିନି।ଖବର ପାଇ କାଜଲଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପୂର୍ବରୁ ସବୁ କିଛି ଠିକ୍‌ ଥିବା ବେଳେ ଝିଅ କ’ଣ ପାଇଁ ଏପରି ପଦକ୍ଷେପ ନେଲା ତାହା ସେମାନେ ଜାଣି ପାରୁ ନାହାନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking