30.1 C
Bhubaneswar
Saturday, May 18, 2024
Homeଓଡିଶାରାଜ୍ୟରେ ତୃତୀୟ ପର୍ୟ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ରାଜ୍ୟରେ ତୃତୀୟ ପର୍ୟ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ୟ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ୟ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ ତାରିଖରେ ନିର୍ବାଚନ ହେବ। ଏହି ସବୁ ଆସନ ପାଇଁ ଆଜିଠୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇ ମେ’୬ ତାରିଖ ପର୍ୟ୍ୟନ୍ତ ଚାଲିବ। ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ଏହି ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ୍ ୯୪ ଲକ୍ଷ ୪୧ ହଜାର ୭୯୭ଜଣ ଭୋଟର ଥିବାବେଳେ ଏଥିରେ ୪୮ ଲକ୍ଷ ୨୬ ହଜାର ୩୭୫ ପୁରୁଷ ଓ ୪୬ ଲକ୍ଷ ୧୪ ହଜାର ୧୩୪ ଜଣ ମହିଳା ରହିଛନ୍ତି। ଏହି ପର୍ୟ୍ୟାୟରେ ପ୍ରାୟ ସମସ୍ତ ସିଟରେ ସମସ୍ତ ଦଳର ହେଭିୱେଟ୍ ନିର୍ବାଚନ ଲଢ଼ୁଛନ୍ତି। ତେଣୁ ତାରିଖ ପାଖେଇବା ସହ ସରଗରମ ହେଉଛି ରାଜ୍ୟ ରାଜନୀତି। ସୂଚନାଯୋଗ୍ୟ, ଏପ୍ରିଲ ୨୬ ତାରିଖରେ ଦ୍ୱିତୀୟ ପର୍ୟ୍ୟାୟ ଭୋଟ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମେ’ ୨୦ରେ ଓଡ଼ିଶାରେ ଦ୍ୱିତୀୟ ପର୍ୟ୍ୟାୟ ଭୋଟ ହେବ। ସେହିପରି ପ୍ରଥମ ପର୍ୟ୍ୟାୟ ଭୋଟ ମେ’ ୧୩ରେ ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking