ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୩% ବୃଦ୍ଧି ପାଇ ୬,୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୦୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୦୫୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।