34.1 C
Bhubaneswar
Wednesday, May 1, 2024
Homeକରୋନା୧,୩୦୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା

୧,୩୦୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୩୦୦ ତଳେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୧୭,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୨୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୨୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪.୪୯ କୋଟିରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୧୪ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୭୬୭କୁ ବୃଦ୍ଧି ପାଇଛି।

“କର୍ଣ୍ଣାଟକରେ ମୋ ବାପା ମୁଖ୍ୟମନ୍ତ୍ରୀ ହେବା ଉଚିତ୍”: ଯତୀନ୍ଦ୍ର ସିଦ୍ଧରମୈୟା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking