38.1 C
Bhubaneswar
Wednesday, May 1, 2024
Homeକରୋନା୮,୦୦୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା

୮,୦୦୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀଦେଶରେ ତଳମୁହାଁ କୋରୋନା ସଂକ୍ରମଣ । ଲଗାତାର କିଛି ଦିନ ହେବ ଦୈନିକ ସଂକ୍ରମଣ ମାମଲା ହ୍ରାସ ପାଇବାରେ ଲାଗିଛି । ୧୨ ହଜାର ଉପରେ ଥିବା ସଂକ୍ରମଣ ମାମଲା ଏବେ ୮ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ମାତ୍ର ୭ହଜାର ୧୭୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି(ଶୁକ୍ରବାର) ଏହି ସଂଖ୍ୟା ୭ ହଜାର ୫୩୩ ରହିଥିଲା ।

ଏହାକୁ ମିଶାଇ ଦେଶରେ ଆକ୍ଟିଭ କେସ୍ ୫୧ ହଜାର ୩୧୪ରେ ପହଞ୍ଚିଛି । ସେହିପରି ଦିନକରେ ୨୫ ଜଣଙ୍କ କୋରୋନାରେ ମୃତ୍ୟୁ ହୋଇଛି । ଯାହାଫଳରେ ଭାରତରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୧,୫୦୮କୁ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ମୁତାବକ, ବର୍ତ୍ତମାନ ଦେଶରେ ୫୧ ହଜାର ୩୧୪ ଆକ୍ଟିଭ କେସ୍ ରହିଛି । ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଆଜି ମୃତ୍ୟୁବରଣ କରିଥିବା ୨୫ଜଣଙ୍କ ମଧ୍ୟରୁ ୧୫ଜଣ କେରଳର ବୋଲି ଜଣାପଡିଛି । ଦିନକରେ ଆଉ 9 ହଜାର ୬୬୯ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 

 

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking