29.1 C
Bhubaneswar
Wednesday, May 1, 2024
Homeକରୋନା୯,୦୦୦ ଉପରେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା

୯,୦୦୦ ଉପରେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିଲେ ବି ୯,୦୦୦ ଉପରେ ରହିଛି, କିନ୍ତୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୮,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୩୫୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୩୫୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪.୪୯ କୋଟିରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୨୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୪୨୪କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୩୫,୯୭୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୯% ରହିଛି। ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୪.୦୮% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୫.୩୬% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking