31.1 C
Bhubaneswar
Monday, June 17, 2024
Homeଓଡିଶାଭୋଟ ଦେବାକୁ ଆସି ବୃଦ୍ଧା ମୃତ

ଭୋଟ ଦେବାକୁ ଆସି ବୃଦ୍ଧା ମୃତ

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ ।ରାଜ୍ୟରେ ଆଜି ତୃତୀୟ ପର୍ୟ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ସମ୍ବଲପୁର, ପୁରୀ, ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ଚାଲିଛି। ସ୍ତାବତ୍ସ ଏହି ସମୟରେ ଘଟିଛି ଦୁଖଦଃ ଘଟଣା । ଭୋଟ୍ ଦେବାକୁ ଆସି ବୃଦ୍ଧା ମୃତ । ବୁଥ୍କୁ ଭୋଟ୍ ଦେବାକୁ ଆସିଥିବା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ଭାପୁର ବ୍ଲକ ବାଘୁଆପଲ୍ଲୀ ବଳଦିଆନୂଆଗାଁ ବୁଥ୍କୁ ଆସିଥିଲେ । ଭୋଟ୍ ଦେବା ବେଳେ ବୃଦ୍ଧା ଜଣଙ୍କ ଅସୁସ୍ଥ ଅନୁଭବ କରିଥିଲେ। ତେବେ ତାଙ୍କୁ ନିକଟସ୍ଥ ମେଡିକାଲରରେ ଭର୍ତି କରାଯାଇଥିଲା । ତେବେ ମେଡିକାଲରେ ଡାକ୍ତର ବୃଦ୍ଧାଙ୍କୁ ମୃତ ଘୋଶଷଣା କରିଥିଲେ ।
ସୂଚନା ଅନୁଯାୟୀ, ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ଭୋଟିଂ ହୋଇଛି। ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ୬.୬୫ ଭୋଟିଂ ହୋଇଛି। ସେହିପରି କଟକ-୭.୩୨ %, ଢେଙ୍କାନାଳ- ୭.୯୫%, କେନ୍ଦଝର- ୮.୭୪ %, ପୁରୀ- ୬.୮୭ % ଓ ସମ୍ବଲପୁର ସଂସଦୀୟ କ୍ଷେତ୍ର ପାଇଁ -୭.୦୯ ପ୍ରତିଶତ ଭୋଟିଂ ହୋଇଛି। ରାଜ୍ୟରେ ଆଜି ତୃତୀୟ ପର୍ୟ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି। ସକାଳୁ ସକାଳୁ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି। ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ। ସେମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ଏବଂ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking