ଭଦ୍ରକ : ଟ୍ରକ୍କୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍। ଭଦ୍ରକ ଜିଲ୍ଲା ୧୬ ନମ୍ଵର ଜାତୀୟ ରାଜପଥ କହରାପୋଖରୀ ଛକ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।
ସୂଚନାନୁଯାୟୀ, ନିନୀ ନାମକ ଏକ ଯାତ୍ରୀବାହୀ ବସ୍ ଭୁବନେଶ୍ୱରରୁ ବାଲେଶ୍ୱର ଯିବାବେଳେ ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧିନ କହରାପୋଖରୀ ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ଭାରସାମ୍ୟ ହରାଇ ଏକ ଟ୍ରକ୍କୁ ପଛପଟୁ ଧକ୍କା ଦେଇଛି। ଫଳରେ ୧୦ ରୁ ଉର୍ଦ୍ଧ୍ଵ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧା କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଭଣ୍ଡାରିପୋଖରୀ ପୋଲିସ ବସ୍ ଡ୍ରାଇଭର୍କୁ ଅଟକ ରଖିଥିବା ସୂଚନା ମିଳିଛି।