35.1 C
Bhubaneswar
Tuesday, March 3, 2026
Homeଓଡିଶାଭାରାସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍

ଭାରାସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍

ଗଜପତି : ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଉଲିଆପଦା ଗାଁ ନିକଟସ୍ତ ବୁଲାଣିଆ ରାସ୍ତାରେ ଘଟିଛି ସଡକ ଦୁର୍ଘଟଣା । ଗତକାଲି ବିଳମ୍ବିତ ରାତିରେ ଭାରାସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ବସ୍‌ଟି ୩୦ ଜଣ ଯାତ୍ରୀଙ୍କୁ ନେଇ ରାୟଗଡ଼ାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଉଲିଆପଦା ଗାଁ ନିକଟସ୍ତ ବୁଲାଣିଆ ରାସ୍ତାରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ବିରିକୋଟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking