27.1 C
Bhubaneswar
Sunday, September 29, 2024
Homeଓଡିଶାଆଜି ଶେଷ ରଜ ପାଳୁଛନ୍ତି ରାଜ୍ୟବାସୀ

ଆଜି ଶେଷ ରଜ ପାଳୁଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର : ରଜ ପାଇଁ ଉତ୍ସଵ ମୁଖର ଓଡିଶା । ଆଜି ହେଉଛି ଶେଷ ରଜ  । ସବୁଠି ମହାଆଡମ୍ବରରେ ହେଉଛି ଉତ୍ସବ  । ଗାଁଠୁ ରାଜଧାନୀ ପର୍ଯ୍ୟନ୍ତ ଚାଲିଛି ରଜ ମଉଜ  । କୂଆଁରିଙ୍କ ମନରେ ଅସୁମାରି ଆନନ୍ଦ ଉଲ୍ଲାସ   । ନୂଆ ପୋଷକ ପିନ୍ଧି ସଜେଇ ହୋଇ ସାଙ୍ଗସାଥିଙ୍କ ସହ ରଜ ଦୋଳିର ମଜା ନେଇଛନ୍ତି ଝିଅ ଓ ବୋହୂ ।

ପିଠାପଣାର ମହକରେ ବାସୁଛି ଗାଁ ଗଣ୍ଡା  । ସବୁଠି ପୋଡ଼ ପିଠା ସାଙ୍ଗକୁ ରଜ ପାନର ଆଦର  । ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ମଧ୍ୟ ରଜ ପାନ ଖାଇ ଉତ୍ସବରେ ସାମିଲ ହୋଇଛନ୍ତି ।  ଅନେକ ଗାଁରେ ଆୟୋଜିତ ହେଉଛି ଦୋଳି ଓ କବାଡ଼ି ଖେଳ ପ୍ରତିଯୋଗିତା  । ଭୁବନେଶ୍ବରରେ ଓଟିଡିସି ପକ୍ଷରୁ ରଜ ଉତ୍ସବ ଆୟୋଜନ କରାଯାଉଛି । ପାରମ୍ପରିକ ପିଠାର ପସରା ଖୋଲି ଗଡୁଛି ପିଠା ଅନ ହ୍ବିଲ୍ ।

ତିନିଦିନ ଧରି ପାଳିତ ହେଉଥିବା ଏହି ଗଣ ପର୍ବର ଆଜି ତୃତୀୟ ଦିନ । ଚଳଚଞ୍ଚଳ ଗାଁରୁ ସହର ।  ରାଜ୍ୟ ବାହାରେ ଥିବା ଓଡିଆ ମଧ୍ୟ ଏହି ଦିନଟିକୁ ପାଳନ ପାଇଁ ନିଜର ସମୟ ବାହାର କରି ପିଠାପଣାର ବ୍ୟବସ୍ଥା କରିବା ସହ ଦୋଳି ଖେଳି ମିଠାପାନ ଖାଇଥାନ୍ତି । ତେବେ ଆଜି ଶେଷ ରଜ ଏବଂ ଆସନ୍ତାକାଲି ବସୁମତୀ ସ୍ନାନ । ଏହି ଦିନରେ ମାଟି ମାଆକୁ ପୂଜା କରାଯାଇଥାଏ । ପ୍ରତିଟି ନାରୀଙ୍କୁ ସମ୍ମାନ ଦେବା ଏହି ପର୍ବର ମୁଖ୍ୟ ଉଦ୍ଦେଶ୍ୟ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking