25.1 C
Bhubaneswar
Sunday, March 22, 2026
Homeଓଡିଶାରବୀନ୍ଦ୍ର ମଣ୍ଡପରେ ନାଟକ "ରମାଦେବୀ" ମଞ୍ଚସ୍ଥ

ରବୀନ୍ଦ୍ର ମଣ୍ଡପରେ ନାଟକ “ରମାଦେବୀ” ମଞ୍ଚସ୍ଥ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହେଉଥିବା ନାଟକ କାର୍ଯ୍ୟକ୍ରମରେ ଆଜି ନାଟକ “ରମାଦେବୀ” ମଞ୍ଚସ୍ଥ ହୋଇଥିଲା। ଆଜିର ନାଟକ ସ୍ୱାଧୀନତା ସଂଗ୍ରାମୀ ରମାଦେବୀ ଚୌଧୁରୀଙ୍କ ଜୀବନୀ ଉପରେ ଆଧାରିତ ହୋଇଥିଲା। ନାଟ୍ୟକାର ଡ଼. ସଞ୍ଜୟ ହାତୀ ନାଟକ ରଚନା କରିଥିବାବେଳେ ନିର୍ଦ୍ଦେଶନା ଦେଇଥିଲେ ଶ୍ରୀ ସୁବାସ ଚନ୍ଦ୍ର ପ୍ରଧାନ। ସେହପରି ଭାବେ ଭଞ୍ଜକଳା ମଣ୍ଡପରେ ଓଡ଼ିଶାର ବିଭିନ୍ନ ଅଞ୍ଚଳର ଲୋକ ସଙ୍ଗୀତକୁ ନେଇ ଆଜି ଲୋକ ସଙ୍ଗୀତ ସନ୍ଧ୍ୟା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଜୟଦେବ ଭବନ ଠାରେ ଆୟୋଜିତ ହେଉଥିବା ଚଳଚ୍ଚିତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମରେ ଆଜି ଚଳଚ୍ଚିତ୍ର ମଲାଜହ୍ନ ପ୍ରଦର୍ଶିତ ହୋଇଥିଲା। ଉପେନ୍ଦ୍ର କିଶୋର ଦାସଙ୍କ କାହାଣୀ ଏବଂ ନିତାଇ ପାଲିତ୍‌ଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି କ୍ଲାସିକ ଓଡ଼ିଆ ସିନେମାକୁ ଦର୍ଶକମାନେ ବେଶ୍ ଉପଭୋଗ କରିଥିଲେ। ପ୍ରକାଶଯୋଗ୍ୟ ଯେ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଏହି ସମସ୍ତ କାର୍ଯ୍ୟକ୍ରମ ଆସନ୍ତା ଜୁନ୍‌ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking