28.1 C
Bhubaneswar
Wednesday, April 29, 2026
Homeଓଡିଶାବିଷାକ୍ତ ଛତୁ ନେଲା ୩ ଜୀବନ

ବିଷାକ୍ତ ଛତୁ ନେଲା ୩ ଜୀବନ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଅଡ଼ାଖୁ ଗାଁରେ ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଅସୁସ୍ଥ ହୋଇଛନ୍ତି।  ଅସୁସ୍ଥଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମଇଁଷି ମାଂସ ଓ ଜଙ୍ଗଲରୁ ବିଷାକ୍ତ ଛତୁ ଖାଇବା ଯୋଗୁ ଲୋକଙ୍କୁ ଝାଡ଼ାବାନ୍ତି ହୋଇଥିବା କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି। ମାସକ ମଧ୍ୟରେ ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି।ଗାଁରେ ଏକ ମେଡିକାଲ ଟିମ୍ ପହଞ୍ଚି ଘର ଘର ବୁଲି ସ୍ଥିତି ଅନୁଧାନ କରିବା ସହିତ ଆକ୍ରାନ୍ତଙ୍କ ଚିକିତ୍ସା କରିଛନ୍ତି। ଆଶାକର୍ମୀ ମଧ୍ୟ ଗାଁରେ ପହଞ୍ଚି ଲୋକଙ୍କୁ ସଚେତନ କରୁଛନ୍ତି।  ଏଥିସହ ପାଣି ନମୂନା ପରୀକ୍ଷା ପାଇଁ ପଠାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking