30.1 C
Bhubaneswar
Monday, May 20, 2024
Homeଓଡିଶାଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି, ଅପରାହ୍ଣ ୫ରୁ ରାତି ୯ ଦର୍ଶନ ମନା

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି, ଅପରାହ୍ଣ ୫ରୁ ରାତି ୯ ଦର୍ଶନ ମନା

ପୁରୀ : ବୁଧବାର ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ବିଶେଷ ନୀତି ପାଇଁ ଭକ୍ତମାନେ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ରହିଛି । ଠାକୁରଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ହେବ । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବ । ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking