28.1 C
Bhubaneswar
Tuesday, July 8, 2025
Homeଓଡିଶାଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା !

ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା !

ଭୁବନେଶ୍ଵର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶା ଉପର ବାୟୁମଣ୍ଡଳର ୪.୫ କିମି ରୁ ୫.୮ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ସେହିପରି ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ବିଜୁଳି ଘଡଘଡି ଜନିତ ବର୍ଷା ହୋଇପାରେ । ଆସନ୍ତା ସେପ୍ଟେମ୍ବର ୪ରୁ ୫ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, ନୟାଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

ଲଘୁଚାପ ପୂର୍ବରୁ ରାଜଧାନୀ ଭୁବନେଶ୍ବରେ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି । ଶନିବାର ଭୁବନେଶ୍ଵରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା । ସ୍ଥାନେ ସ୍ଥାନେ ପାଣି ଜମିବା ସହ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ସମ୍ଭାବ୍ୟ ବର୍ଷାକୁ ଦେଖି ରାଜ୍ୟର ୨୨ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ମୌସୁମୀ ପୁଣି ସକ୍ରିୟ ହେବା ସହ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରାଯାଇଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଜିଠାରୁ ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking