27.1 C
Bhubaneswar
Sunday, June 30, 2024
Homeଓଡିଶାହ୍ରାସ ପାଉଛି ସୁନାର ମୂଲ୍ୟ ....

ହ୍ରାସ ପାଉଛି ସୁନାର ମୂଲ୍ୟ ….

ଭୁବନେଶ୍ୱର: ଦେଶରେ ଆଜି ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ଏପ୍ରିଲ ୩ରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ବିଗତ କିଛି ଦିନ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଦେଖାଯାଉଥିଲା । କିନ୍ତୁ ଆଜି ଏଥିରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି ।

ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି ଅର୍ଥାତ ରବିବାର ବଜାରର ବନ୍ଦ ଥିଲା । ଏହି କାରଣ ଗତକାଲି ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୩୩୦ ଟଙ୍କାର ହ୍ରାସ ଘଟିଛି ।

ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୯,୬୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୦୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୪,୭୦୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୦୦୦ ଟଙ୍କା ଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking