28.1 C
Bhubaneswar
Friday, October 18, 2024
Homeଦେଶ ବିଦେଶଟ୍ରେନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା...

ଟ୍ରେନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:  ଆନ୍ଧ୍ର ପ୍ରଦେଶରେ ଟ୍ରେନ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ ସହ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠିରୁ ଘୋଷଣା ହେଲା ସହାୟତା । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା ନେଇ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

ସେପଟେ ରେଳ ବିଭାଗ ପକ୍ଷରୁ ମଧ୍ୟ ସହାୟତା ରାଶି ଘୋଷଣା ହୋଇଛି । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା, ଗୁରୁତରଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା, ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ।

ସେହିପରି ଆନ୍ଧ୍ର ସରକାର ମଧ୍ୟ ସହାୟତା ରାଶି ଘୋଷଣା କରିଛନ୍ତି । ଆନ୍ଧ୍ରପ୍ରଦେଶର ମୃତକଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଓ ଗୁରୁତରଙ୍କ ପାଇଁ  ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା । ଏବଂ ଅନ୍ୟ ରାଜ୍ୟର ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଗୁରୁତରଙ୍କ ପାଇଁ  ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking