19.1 C
Bhubaneswar
Thursday, February 12, 2026
Homeଦେଶ ବିଦେଶକ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ

କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ର : କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ । ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲ୍ଲାରେ ଥିବା ଛତ୍ରପତି ଶିବାଜୀଙ୍କ ମୂର୍ତ୍ତି ଭୁଶୁଡିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାରାଜ ଛତ୍ରପତି ଶିବାଜୀ ଆମ ଦେବତା, ମୁଁ ମୋ ଆରାଧ୍ୟଙ୍କ ଚରଣରେ ମଥା ରଖି କ୍ଷମା ମାଗୁଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ମହାରାଷ୍ଟ୍ରର ପାଲଘରରେ ଏକ କାର୍ଯ୍ୟକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, “ମୁଁ ଏ ସ୍ଥାନରେ ପହଞ୍ଚିବା କ୍ଷଣି ଶିବାଜୀଙ୍କ ନିକଟରେ କ୍ଷମା ମାଗିଥିଲି।” ସେ ଆହୁରି କହିଛନ୍ତି, ଯେଉଁମାନେ ଛତ୍ରପତି ଶିବାଜୀ ମହାରାଜଙ୍କୁ ସେମାନଙ୍କର ଦେବତା ବୋଲି ଭାବନ୍ତି ଏବଂ ଏହି ଘଟଣାକୁ ନେଇ ଗଭୀର ଆଘାତ ପାଇଛନ୍ତି, ମୁଁ ମୁଣ୍ଡ ନୁଆଁଇ ସେମାନଙ୍କୁ କ୍ଷମା ମାଗୁଛି। ଆମ ପାଇଁ ଆମ ଦେବତାଙ୍କଠାରୁ ବଡ଼ କିଛି ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking