26.1 C
Bhubaneswar
Tuesday, October 22, 2024
Homeଓଡିଶାଆଜିଠୁ ବଢିବ ତାତିର ପରିମାଣ

ଆଜିଠୁ ବଢିବ ତାତିର ପରିମାଣ

ଭୁବନେଶ୍ୱର : ଆଜିଠୁ ବଢିବ ତାତିର ପରିମାଣ । ଉପାନ୍ତରୁ ଉପକୂଳ ସବୁଠି ବଢିବ ପାରଦ । ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୩ ଦିନ ପର୍ୟ୍ୟନ୍ତ ମିଳିବନି ନିସ୍ତାର । ୧୩ ତାରିଖ ପର୍ୟ୍ୟ ରାଜ୍ୟରେ ହଟ୍ ଓ୍ବେଦର କଣ୍ଡିସନ୍ ଦେଖାଦେବ । ବିଶେଷ କରି ଟୁଇନ୍ସିଟି କଟକ ଭୁବନେଶ୍ବର ସମେତ ବଲାଙ୍ଗୀର, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ନୟାଗଡ ଆଦି ଜିଲ୍ଲାରେ ତାପମାତ୍ରା ୩୮ ରୁ ୪୦ ଡିଗ୍ରୀ ପର୍ୟ୍ୟନ୍ତ ଛୁଇଁବା ସମ୍ଭାବନା ରହିଛି । ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଉଥିବାରୁ ରାଜ୍ୟରେ ଏଭଳି ହଟ୍ ଓ୍ବେଦର କଣ୍ଡିସନ୍ ଦେଖାଦେବ ବୋଲି ପାଣିପାଗ କେନ୍ଦ୍ର କହିଛି । ଏଥିପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ରେଡ୍ ଏବଂ ଅରେଞ୍ଜ ମାର୍କ ଜାରି କରାଯାଇଛି । ତେବେ ୧୪ ତାରିଖ ବେଳକୁ ରାଜ୍ୟରେ ପୁଣି ବର୍ଷା ହେବା ନେଇ ଆକଳନ କରାଯାଇଛି । ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ଯାଜପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏହି ବର୍ଷା ୧୬ ତାରିଖ ପର୍ୟ୍ୟନ୍ତ ଜାରି ରହିବ । ବାକି ଓଡ଼ିଶାରେ ପାଗ ଶୁଖିଲା ରହିବ । ୧୬ ତାରିଖ ପରେ ପୁଣି ଫେରିବ ତାତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking