29.1 C
Bhubaneswar
Friday, May 17, 2024
Homeଓଡିଶାପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ; ୮ ଜିଲାକୁ ରେଡ୍ ଆଲର୍ଟ

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ; ୮ ଜିଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର : ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ୮ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ଅନୁଗୁଳ, କଟକ ଓ ନୟାଗଡକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ରାଜ୍ୟରେ ଅସହ୍ୟ ତାତି, ଗ୍ରୀଷ୍ମ ପ୍ରବାହରେ ଜନଜୀବନ ଅସ୍ତବ୍ୟସ୍ତ। ସୋମବାର ସାଢେ ୨ଟା ସୁଦ୍ଧା କେନ୍ଦୁଝର ତାପମାତ୍ରା ସର୍ବାଧିକ ୪୩ ଡିଗ୍ରୀ ରେକର୍ଡ କରାଯାଇଛି। ଝାରସୁଗୁଡା ୪୨.୮, ସମ୍ବଲପୁର ୪୨.୬, ହୀରାକୁଦ ୪୧.୮, ରାଉରକେଲା ୪୧.୮, ବାଲେଶ୍ୱର ୪୧.୪, ଭୁବନେଶ୍ୱର ୪୧.୩ ଡିଗ୍ରୀ ରେକର୍ଡ କରାଯାଇଛି। ତତଲା କଡେଇରେ ଭାଜି ହେଉଛି ସାରା ଓଡିଶା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ କଟକକୁ ରେଡ୍ ଆଲର୍ଟ ଜାରି କରାଯାଇଥିବାବେଳେ ଭୁବନେଶ୍ଵରକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗରମ ଏବଂ ଗୁଳୁଗୁଳି ଜନଜୀବନକୁ ପୁରା ଅସ୍ତବ୍ୟସ୍ତ କରିପକାଉଛି। ଘରୁ ବାହାରିବା ବି ମୁସ୍କିଲ ହୋଇପଡିଛି। ସାଢେ ୧୧ଟା ସୁଦ୍ଧା ୪୧ ଡିଗ୍ରୀ ଟପିଛି ପାରଦ। ୪୧.୪ ଡିଗ୍ରୀ ସହ ବାଲେଶ୍ଵର ସବୁଠୁ ଉତ୍ତପ୍ତ ସହର ପାଲଟିଛି। କେନ୍ଦୁଝରରେ ୪୧, ଭୁବନେଶ୍ଵରରେ ୪୦.୪ , ଝାରସୁଗୁଡାରେ ୩୯.୮, ହୀରାକୁଦ ଓ ରାଉରକେଲାରେ ୩୯, ସମ୍ବଲପୁରରେ ୩୮.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସକାଳ ସାଢେ ୮ଟା ସୁଦ୍ଧା ପାରଦ ୩୬ ଡିଗ୍ରୀ ଛୁଇଁଥିଲା। ୩୬ ଡିଗ୍ରୀ ସହ ବାରିପଦା ଓ ବାଲେଶ୍ଵର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଆଦ୍ରତା ପାଖାପାଖି ୭୫ ପ୍ରତିଶତ ରହିଛି। ପୁରୀ, ଗୋପାଳପୁର ଓ ପାରାଦୀପରେ ଆଦ୍ରତା ୭୫ ପ୍ରତିଶତ ଉପରେ ରହିଥିବା ନେଇ ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ମେ ୧ ତାରିଖ ପର୍ଯ୍ୟନ୍ତ ପାଗରେ ହେବନି ବିଶେଷ ପରିବର୍ତ୍ତନ। ଜାରି ରହିବ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି। ମେ ୨ ରୁ ୪ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ରହିବ ସାମୁଦ୍ରିକ ଝଡ଼ର ପ୍ରଭାବ। ଯାହା ପ୍ରଭାବରେ ଉପକୂଳରେ ତାପମାତ୍ରା ୨ରୁ ୩ ଡିଗ୍ରି ଖସିବା ସହ ଆର୍ଦ୍ରତା ପ୍ରଭାବରେ ଲାଗି ରହିବ ଗୁଳୁଗୁଳି। ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ସାମୁଦ୍ରିକ ଝଡ଼ର ପ୍ରଭାବ ହେଲେ ବି ରାଜ୍ୟରେ ଉଷ୍ମ ଦିନ ଅନୁଭୂତ ହେବ। ଏଭଳି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking