25.1 C
Bhubaneswar
Wednesday, October 21, 2026
Homeଓଡିଶାଶ୍ରୀଜିଉଙ୍କ ଦୁର୍ଲଭ ସୁନାବେଶ: ଗୁରୁବାରଠୁ ଆରମ୍ଭ ହେବ କାର୍ତ୍ତିକ ନୀତି

ଶ୍ରୀଜିଉଙ୍କ ଦୁର୍ଲଭ ସୁନାବେଶ: ଗୁରୁବାରଠୁ ଆରମ୍ଭ ହେବ କାର୍ତ୍ତିକ ନୀତି

ପୁରୀ : ଶ୍ରୀମନ୍ଦିରରେ ଆଜି ଦଶହରା ଉତ୍ସବ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଛି। ଏହି ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରାଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଛି। ପବିତ୍ର ଦଶହରାରେ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି ସମ୍ପର୍ଣ୍ଣ କରାଯାଇଥିଲା। ଏହି ବେଶରେ ପାଞ୍ଚଖଣ୍ତ ଆଜ୍ଞାମାଳ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରାଯାଇଥିଲା। ସକାଳ ଧୂପ ନୀତି ସରିବା ପରେ ଆୟୁଧ ମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯାଇଥିଲା। ମେକାପ ତିନୋଟି ରୁପା ଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳମୂଷଳ, ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡ଼କୀ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖ, ଚକ୍ର ଆୟୁଧ ଲାଗି କରିଥିଲେ। ତେବେ ଆଜିର ଦିନରେ ମହାପ୍ରଭୁଙ୍କର ଏହି ଦୁର୍ଲଭ ସୁନାବେଶ ଯେଉଁ ଭକ୍ତ ମାନେ ଦର୍ଶନ କରିଥାନ୍ତି ସେମାନଙ୍କୁ ଅନନ୍ତ କୋଟି ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି।

ତେବେ ମହାପ୍ରଭୁଙ୍କ ପାଖରେ ଆୟୁଧ ଲାଗି ପରେ ମଦନମୋହନ ଓ ରାମକୃଷ୍ଣ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ମହାଖଳାକୁ ବିଜେ କରିବା ପରେ ସେଠାରେ ଆଳତୀ ବଢ଼ିବା ପରେ ମଦନ ମୋହନଙ୍କ ସହ ଦୁର୍ଗାମାଧବ ସିଂହାସନକୁ ବିଜେ କରିଥାନ୍ତି। ଏହାସହ ତିନି ବାଡ଼ରେ ମଙ୍ଗଳାର୍ପଣା କରାଯାଇଥାଏ। ଏହି ଅବସରରେ ଜଗନ୍ନାଥ ବଲ୍ଲଭ ମଠରେ ଠାକୁରଙ୍କୁ ପ୍ରସାଦ ଲାଗି ଓ ବନ୍ଦାପନା କରାଯିବା ପରେ ଠାକୁର ମାନେ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥାନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking