37.1 C
Bhubaneswar
Thursday, March 12, 2026
Homeଓଡିଶାଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ,ପୂର୍ବାନୁମାନ କଲା ଆଞ୍ଚଳିକ ପାଣିପାଗ ବିଭାଗ

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ,ପୂର୍ବାନୁମାନ କଲା ଆଞ୍ଚଳିକ ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ ବର୍ଷା । ରାଜ୍ୟରେ ମୌସୁମୀ ସକ୍ରିୟ ଥିବା କାରଣରୁ ଆଜି ଏବଂ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ଝାଡଖଣ୍ଡ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ରହିଛି l ଏହାର ପ୍ରଭାବରେ ୪ଦିନ ବର୍ଷା ଜାରି ରହିବ l ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, ରାୟଗଡା, ନୂଆପଡା, ସମ୍ବଲପୁର, ଝାରସୁଗୁଡା, ବୌଦ୍ଧ, କନ୍ଧମାଳ, କଟକ, ପୁରୀ, ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଅନୁଗୁଳରେ ସର୍ବାଧିକ ୧୦୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking