14.1 C
Bhubaneswar
Saturday, January 4, 2025
Homeଓଡିଶାଧାମନଗର ବିକାଶ ଦାୟିତ୍ୱ ମୋର – ମୁଖ୍ୟମନ୍ତ୍ରୀ

ଧାମନଗର ବିକାଶ ଦାୟିତ୍ୱ ମୋର – ମୁଖ୍ୟମନ୍ତ୍ରୀ

ଧାମନଗର : ଧାମନଗର ପାଇଁ ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଚାରରେ ପୁରୁଣା କଥା କୁ ଦୋହରାଇଲେ ନବୀନ ପଟ୍ଟନାୟକ । ଧାମନଗର ବିକାଶ ଦାୟିତ୍ୱ ମୋର ବୋଲି ଭୋଟରଙ୍କୁ କହିଲେ ନବୀନ ।ସାଧାରଣ ନିର୍ବାଚନକୁ ଆଉ ମାତ୍ର ୧୮ ମାସବାକି ରହିଛି । ଏହି ୧୮ ମାସରେ ଆମେ ୫ ବର୍ଷର କାମ କରି ପାରିବା । ଧାମନଗର ଅଂଚଳର ବିକାଶ ନେଇ ମୁଁ ନିଜେ ଏ ଅଂଚଳକୁ ଦେଖିବି ।
ମୁଖ୍ୟମନ୍ତ୍ରୀ କହିଛନ୍ତି କି , ବିଜୁ ଜନତା ଦଳ ସବୁବେଳେ ଆପଣମାନଙ୍କ ସାଥିରେ ଅଛି । ସୁଖ ଦୁଃଖ ସବୁବେଳେ ଆପଣମାନଙ୍କ ପାଖରେ ଅଛି । ଆପଣମାନଙ୍କ ପାଇଁ କାମ କରିଆସୁଛି । ସବୁବର୍ଗର ଲୋକଙ୍କ କଲ୍ୟାଣ ପାଇଁ କାମ କରୁଛି । ଧାମନଗର ହେଉଛି ଶାନ୍ତି, ସଦ୍ଭାବର ଭୂମି। ଭାଇଚାରାର ଭୂମି। ଏହା ଧାମନଗରର ସବୁଠାରୁ ବଡ ପରିଚୟ। ଏହି ପରିଚୟର ସୁରକ୍ଷା ପାଇଁ ଆମେ ସମସ୍ତେ କାମ କରୁଛୁ ।
ମୁଁ ବହୁତ ଖୁସି ଯେ କାଳିଆ ଯୋଜନା ହେଉ, ବା ମିଶନ ଶକ୍ତି, ବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ସବୁ ଯୋଜନାର ସୁବିଧା ଆପଣ ମାନଙ୍କ ପାଖରେ ପହଞ୍ଚି ପାରିଛି । ମା ମାନେ ସଶକ୍ତ ହେଉଛନ୍ତି। ମିଶନ ଶକ୍ତି ସେମାନଙ୍କ ନୂଆ ପରିଚୟ ହୋଇଛି । ମା ମାନଙ୍କ ଭଲ କାମ ହିଁ ମୋତେ ବହୁତ ଖୁସି ଦେଇଛି । ତେଣୁ ଜଣେ ମା କୁ ଆପଣଙ୍କ ଏମଏଲଏ ଭାବରେ ଦେଖିବାକୁ ମୁଁ ଚାହେଁ । ଆପଣମାନେ ବି ଚାହାନ୍ତି। ମା ମାନେ ସବୁ ଦାୟିତ୍ବକୁ ସୁନ୍ଦର ଭାବରେ ନିର୍ବାହ କରିପାରୁଛନ୍ତି। ଆପଣମାନଙ୍କ ସହଯୋଗରେ ଓଡିଶା ଆଜି ବିକାଶ କ୍ଷେତ୍ରରେ ସାରା ଦେଶରେ ସୁନାମ କରିଛି । ଆପଣାନଙ୍କ ସହଯୋଗରେ ଏ ଧାରା ଆହୁରି ଆଗକୁ ବଢିବ ବୋଲି ମୋର ପୁରା ବିଶ୍ବାସ । ୨୦୧୯ ନିର୍ବାଚନରେ ଆପଣମାନେ ଯେଉଁ ମତ ରଖିଥିଲେ, ୨୦୨୨ ପଞ୍ଚାୟତ ଓ ପୌର ନିର୍ବାଚନରେ ସେଥିରେ ପରିବର୍ତ୍ତନ କରିଛନ୍ତି। ଧାମନଗରର ୬ଟି ଜିଲ୍ଲା ପରିଷଦ ଆସନରୁ ସବୁ ଆସନରେ ଆପଣମାନେ ବିଜୁ ଜନତା ଦଳକୁ ସେବାର ସୁଯୋଗ ଦେଇଛନ୍ତି। ସେହିପରି ଧାମନଗର ଏନ.ଏ.ସିର ୧୧ଟି ୱାର୍ଡରୁ ୯ଟି ୱାର୍ଡ ସହିତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଦାୟିତ୍ବ ମଧ୍ୟ ଆପଣମାନେ ବିଜେଡିକୁ ଦେଇଛନ୍ତି।
ମୋର ପୁରା ବିଶ୍ବାସ, ଏ ନିର୍ବାଚନରେ ବି ସେ ଧାରା ଜାରି ରହିବ ଏବଂ ଧାମନଗରର ବିକାଶ ଆହୁରି ଆଗକୁ ବଢିବ। ବର୍ତ୍ତମାନ ସାଧାରଣ ନିର୍ବାଚନ ଆଉ ମାତ୍ର ୧୮ ମାସ ରହିଲା । ଏ ସମୟ ଭିତରେ ଆମେ ପାଞ୍ଚ ବର୍ଷର କାମ କରିପାରିବା । ଏହା ମୁଁ ନିଜେ ଦେଖିବି। ଧାମନଗରର ବିକାଶ ଆହୁରି ଆଗକୁ ବଢିବ । ମୋର ଅନୁରୋଧ, ଏ ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳର ପ୍ରାର୍ଥୀଙ୍କୁ ଶଂଖ ଚିହ୍ନରେ ଭୋଟ ଦେଇ ଆଶୀର୍ବାଦ କରନ୍ତୁ । ଆପଣମାନଙ୍କ ଅଞ୍ଚଳର ବିକାଶ ଦାୟିତ୍ବ ମୋର । ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ବ ମୋର।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking