28.1 C
Bhubaneswar
Saturday, April 20, 2024
Homeଓଡିଶାମେ’ ଶେଷ ସପ୍ତାହରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ

ମେ’ ଶେଷ ସପ୍ତାହରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ମେ’ ୨୮ ରେ ଘୋଷଣା କରାଯିବ ତାରିଖ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ଏହି ସୂଚନା ଦେଇଛନ୍ତି।
ତାଙ୍କ ସୂଚନା ଅନୁସାରେ, ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ।
ସେ ଆହୁରି କହିଛନ୍ତି, ମେ’ ୩୦ କିମ୍ବା ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇପାରେ। ସେହିପରି ଜୁନ ୮ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ରେଜଲ୍ଟ।
ତେବେ ଯୁକ୍ତ ଦୁଇ ପରୀକ୍ଷା ଫଳ ନିର୍ଦ୍ଦିଷ୍ଟ କେଉଁ ତାରିଖରେ ବାହାରିବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କୌଣସି ସୂଚନା ଦିଆଯାଇନାହିଁ।ସୂଚନାଯୋଗ୍ୟ, ଚଳିତ ବର୍ଷ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଥିଲେ। ଯୁକ୍ତ ୨ କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନ ରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking