37.1 C
Bhubaneswar
Thursday, March 28, 2024
Homeଓଡିଶାଦୁର୍ଗା ମା' ଙ୍କ ପୂଜା ବିଧି

ଦୁର୍ଗା ମା’ ଙ୍କ ପୂଜା ବିଧି

ଭୁବନେଶ୍ୱର : ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ଜନ୍ମାଷ୍ଟମୀ ଅବସରରେ ନଦୀରୁ ମାଟି ଉଦ୍ଧାର କରାଯାଏ,ଯାହା ଦଶହରାର ପ୍ରଥମ ବିଧି।ଏହା ପରେ କାରିଗରମାନେ ମୂର୍ତ୍ତି ଗଠନରେ ବ୍ୟସ୍ତ ରୁହନ୍ତି । ପବିତ୍ର ମହାଳୟା ଅବସରରେ ମା’ଙ୍କ ମୃଣ୍ମୟ ମୂର୍ତ୍ତିରେ ଖଡ଼ି ଚଢାଯାଏ । ମହାଳୟା ଠାରୁ ପ୍ରକୃତ ଦୁର୍ଗାପୂଜା ଆରମ୍ଭ ହୁଏ । କାରଣ ଏହି ଦିନ ଠାରୁ ଦୁର୍ଗାପୂଜା ମଧ୍ୟରେ ୧୦ ଦିନ ସମୟ ରହିଥାଏ, ଯାହା ପୁରାଣ ଶାସ୍ତ୍ରରେ ଦଶହରା ବୋଲି କୁହାଯାଇଛି । ପ୍ରକୃତ ପୂଜାବିଧି ଷଷ୍ଠୀ ଠାରୁ ଦଶମୀ ପର୍ଯ୍ୟନ୍ତ ଦେଖିବାକୁ ମିଳେ ।

ଷଷ୍ଠୀରେ  ଅଧିବାସ, ବିଲ୍ୱବରଣ, ମା’ଙ୍କୁ ସ୍ୱାଗତ କରିବାକୁ ଯାଇ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ । ବେଲଗଛ ପାଖରେ ଏହି ପୂଜା ସମ୍ପନ୍ନ କରାଯାଏ । ଶେଷରେ ରାତ୍ରୀ କାଳରେ ଦେବୀ ପ୍ରତିମାର ଚକ୍ଷୁରେ ରଙ୍ଗ ଦେଇ ଚକ୍ଷୁଦାନ ସମ୍ପନ୍ନ ହୁଏ ଓ ମନ୍ତ୍ରଦ୍ୱାରା ପ୍ରାଣ ପ୍ରତିଷ୍ଠା କରାଯାଏ ।

ସପ୍ତମୀରେ ସପ୍ତମୀରେ ନବପତ୍ରିକା ପୂଜା କରାଯାଏ, ଯେଉଁ ଥିରେ କଦଳୀ, ସାରୁ, ମାଣସାରୁ, ହଳଦୀ, ଅଶୋକ, ଡାଳିମ୍ବ, ବେଲ, ଜୟନ୍ତି ଓ ଧାନ ଏହି ନଅ ଜାତି ପତ୍ରଦ୍ୱାରା ଦୁର୍ଗାଙ୍କର ଗୋଟିଏ ମୁର୍ତ୍ତି ଗଠନ କରି ପୂଜା କରିବାର ବିଧି । ଏହା ପରେ ମହାସ୍ନାନ ବିଧି ସମ୍ପନ୍ନ ହୁଏ । ଚଣ୍ଡିପାଠହୋମ: ଦେବୀମାହାତ୍ମ୍ୟ  ଗ୍ରନ୍ଥର ଆବୃତ୍ତି ସହ ହୋମ ଓ ପୁଷ୍ପାଞ୍ଜଳୀ ପ୍ରଦାନ କରାଯାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking