26.1 C
Bhubaneswar
Tuesday, September 17, 2024
Homeଅପରାଧଘରେ ପଶି ମା, ପୁଅ ଓ ବୋହୂକୁ ହାଣିଲା ଦୁର୍ବୃତ୍ତ

ଘରେ ପଶି ମା, ପୁଅ ଓ ବୋହୂକୁ ହାଣିଲା ଦୁର୍ବୃତ୍ତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ଓଗରପୁରରେ ଘଟିଛି ଭୟଙ୍କର ହତ୍ୟାକାଣ୍ଡ । ଏଠାରେ ଘରେ ପଶି ମା, ପୁଅ ଓ ବୋହୂକୁ ହାଣିଛନ୍ତି ଦୁର୍ବୃତ୍ତ। ଘଟଣାସ୍ଥଳରେ ମା’ଙ୍କର ମୃତ୍ୟୁ ହୋଇଛି। ଏଣେ ପୁଅ ଓ ବୋହୂ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବାଲିକୁଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗତକାଲି ବିଳମ୍ବିତ ରାତ୍ରିରେ କିଛି ଦୁର୍ବୃତ୍ତ ମାନିଆ ବିଶ୍ୱାଳଙ୍କ ଘରେ ପଶି ମାନିଆ ଏବଂ ତାଙ୍କ ପୁଅ ସିଲୁ ଓ ବୋହୂଙ୍କୁ ଜୀବନରୁ ମାରିଦେବା ପାଇଁ ଉଦ୍ୟମ କରିଥିଲେ। ଘଟଣାସ୍ଥଳରେ ମା ମାନିଆଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଅ ସିଲୁ ଓରଫ ରାକେଶ ବିଶ୍ବାଳ ଓ ତାଙ୍କ ସ୍ତ୍ରୀ ସୁଭଦ୍ରା ବିଶ୍ବାଳ ଗୁରୁତର ହୋଇ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର ହୋଇଥିବା ଜଣାଯାଇଛି। ପୁଲିସ ଶବକୁ ଜବତ କରି ନିଜ ହେପାଜତରେ ରଖିଥିବା ଜଣାଯାଇଛି।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking