27.1 C
Bhubaneswar
Saturday, June 22, 2024
Homeଓଡିଶା୧୮ରୁ ଖୋଲିବ ସ୍କୁଲ, କ୍ୟାମ୍ପସକୁ ପରିଷ୍କାର କରିବାକୁ ଆସିଲା ନିର୍ଦ୍ଦେଶ

୧୮ରୁ ଖୋଲିବ ସ୍କୁଲ, କ୍ୟାମ୍ପସକୁ ପରିଷ୍କାର କରିବାକୁ ଆସିଲା ନିର୍ଦ୍ଦେଶ

ଭୁବନେଶ୍ବର: ସରିବାକୁ ଯାଉଛି ଖରାଦିନ ଛୁଟି । ଏଥିପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ରାଜ୍ୟରେ ଗ୍ରୀଷ୍ମ ଅବକାଶ ପରେ ଆସନ୍ତା ୧୮ତାରିଖରୁ ସ୍କୁଲ ଖୋଲିବ । ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଆସିବା ଆଗରୁ ସମସ୍ତ ପ୍ରସ୍ତୁତି ସରିବ । ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ସ୍ବଚ୍ଛତା ନେଇ ସୁନିଶ୍ଚିତ କରାଯିବ । ଏହାସହ ଦିନକ ପୂର୍ବରୁ ସମସ୍ତ କର୍ମଚାରୀ କାର୍ଯ୍ୟରେ ଯୋଗଦେବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ବିଭାଗର ବାର୍ଷିକ ଏକାଡେମିକ କ୍ୟାଲେଣ୍ଡର ଅନୁଯାୟୀ ଆସନ୍ତା ୧୮ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ଓ ପ୍ରାଥମିକ ବିଦ୍ୟାଳୟ ଖୋଲିବ । ବିଦ୍ୟାଳୟ ଖୋଲିବାକୁ ଆଉ ମାତ୍ର ୮ ଦିନ ଥିବାବେଳେ ବିଭାଗୀୟ ସଚିବ ଅଶ୍ବଥି ଏସ୍‌. ଭର୍ଚୁଆଲ ମାଧ୍ୟମରେ ସମୀକ୍ଷା କରିଛନ୍ତି । ସ୍କୁଲ ଖୋଲିବାର ସପ୍ତାହେ ପୂର୍ବରୁ ସମସ୍ତ ଶ୍ରେଣୀଗୃହ ଓ କ୍ୟାମ୍ପସକୁ ସଫାସୁତୁରା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଏଥିସହ ପାଣି ଟାଙ୍କି ସଫା କରିବା, ଶ୍ରେଣୀଗୃହର ଆସବାବପତ୍ର ସଫା କରି ଠିକ୍ ଭାବେ ସଜାଇବା ଓ ଶୌଚାଳୟକୁ ବ୍ୟବହାର ଉପଯୋଗୀ କରିବାକୁ କହିଛନ୍ତି । ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇ ଘର, ଗ୍ୟାସ୍ ଚୁଲା ପରି ଆନୁଷଙ୍ଗିକ ପ୍ରସ୍ତୁତି କରିବା, ସ୍ମାର୍ଟ ଶ୍ରେଣୀଗୃହ, ଇ-ଲାଇବ୍ରେରୀ ସହ ଇଣ୍ଟରନେଟ୍ ସଂଯୋଗ ସୁନିଶ୍ଚିତ କରିବା ପାଇଁ ସମସ୍ତ ଜିଲା ଶିକ୍ଷାଧିକରୀ (ଡିଇଓ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking