ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ରାଜ୍ୟରେ ଟ୍ରଫ ଲାଇନ ସହ କାଳବୈଶାଖୀ ଯୋଗୁ ବର୍ଷା ହେଉଥିବା ବେଳେ ଆହୁରି ୪ଦିନ ଅର୍ଥାତ ୨୬ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏପରିକି ବର୍ଷା ଓ ପବନ, ଘଡ଼ଘଡି ପାଇଁ ମଙ୍ଗଳବାର ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବାଲେଶ୍ବର ଜିଲାର ଉଦୟପୁର, ତାଳସାରି, ରଣସିଂହପୁର, କୀର୍ତ୍ତିନିଆରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣ କରାଯାଇଛି।










