ପୁରୀ: ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରତ୍ନ ଅଳଙ୍କାର ଗଣତିମଣତି କେବେ ହେବ ତା’ ଉପରେ ହେବ ବିସ୍ତୃତ ଆଲୋଚନା । ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର କରାଯାଇଛି । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଉପରେ ହେବ ଆଲୋଚନା । ନାଟମଣ୍ଡପରେ ଦର୍ଶନ ପାଇଁ କାଠ ରାମ୍ପକୁ ଦେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ । ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ହେବ ଆଲୋଚନା । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବ ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ବୈଠକ ।









