24.1 C
Bhubaneswar
Friday, February 13, 2026
Homeଓଡିଶାଅକ୍ଟୋବର ୯ରେ ମିଳିବ ଦ୍ୱିତୀୟ ପର୍ୟ୍ୟାୟ 'ସୁଭଦ୍ରା' ଟଙ୍କା

ଅକ୍ଟୋବର ୯ରେ ମିଳିବ ଦ୍ୱିତୀୟ ପର୍ୟ୍ୟାୟ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର: ଅକ୍ଟୋବର ୯ ତାରିଖରେ ମିଳିବ ଦ୍ୱିତୀୟ ପର୍ୟ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଗତ ୧୭ ତାରିଖରେ ପ୍ରଥମ ପର୍ୟ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା।

ଭୁବନେଶ୍ୱରରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ୟ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସରକାର ପ୍ରତି ବର୍ଷ ୨ଟି କିସ୍ତିରେ ୧ କୋଟି ଯୋଗ୍ୟ ମହିଳାଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଦେବେ। ଏହି ପରି ୫ ବର୍ଷରେ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking