ନୂଆଦିଲ୍ଲୀ : ଆଜି ଲକସଭାରେ ଆଗତ ହେବ ୱାନ ନେସନ ୱାନ ଇଲେକ୍ସନ ବିଲ । ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ମଧ୍ୟାହ୍ଣ ପ୍ରାୟ ୧୨ଟା ସମୟରେ ଏହି ବିଲ ଉପସ୍ଥାପନା କରିବେ । ସେପଟେ ସରକାରଙ୍କ ଏହି ବିଲକୁ ଏନଡିଏ ସମର୍ଥନ କରିଥିବା ବେଳେ ଏହାକୁ ବିରଧ କରିବାକୁ ବିରୋଧିମାନେ ରଣନୀତି ପ୍ରସ୍ତୁତ କରିଛନ୍ତି । କିଛି ଦିନ ତଳେ ୱାନ ନେସନ ୱାନ ଇଲେକ୍ସନ ବିଲକୁ ମଞ୍ଜୁରୀ ପ୍ରଦାନ କରିଛି କେନ୍ଦ୍ର କ୍ୟାବିନେଟ । ୨୦୨୪ ଲକସଭା ନିର୍ବାଚନରେ ବିଜେପି ଇସ୍ତାହାରରେ ଏହାକୁ ସାମିଲ କରିଥିଲେ । ୱାନ ନେସନ , ୱାନ ଇଲେକ୍ସନକୁ ନେଇ ପୂର୍ୱତମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି କେନ୍ଦ୍ର ସରକାର । କମିଟିର ରିପୋର୍ଟକୁ କ୍ୟାବିନଟେ ମଂଜୁରୀ ମଧ୍ୟ ମିଳିଛି । ତେବେ ଏକକ ନିର୍ବାତନ ଢାଞ୍ଝା କାର୍ୟ୍ୟକାରୀ କରିବାକୁ ବ୍ୟାପକ ସାମ୍ବିଧାନିକ ସଂଶୋଧନ ଆବଶ୍ୟକ ରହିଛି। କେନ୍ଦ୍ର ସରକାରଙ୍କ ନେତୃତ୍ବାଧୀନ କେନ୍ଦ୍ର କ୍ୟାବିନେଟ୍ ଗତ ସପ୍ତାହରେ ଲୋକସଭା ଓ ବିଧାନସଭା ନିର୍ବାଚନ ଏକାସାଙ୍ଗରେ କରିବାକୁ ନିଷ୍ପତ୍ତି ନେଇଥିଲେ ହେଁ ସ୍ଥାନୀୟ ନିର୍ବାଚନ କିପରି ହେବ ସେ ନେଇ ଏପର୍ୟ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନାହିଁ। ସମ୍ପ୍ରତି ଦେଶରେ ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ସମୟରେ ନିର୍ବାଚନ ଅନୁଷ୍ଠିତ ହେଉଛି । ଏହି ବିଲ୍ ପାରିତ ହେଲେ ଗୋଟିଏ ସମୟରେ ନିର୍ବାଚନ ହେବ । ତେବେ କେନ୍ଦ୍ର ସରକାରଙ୍କ ଏ ନିଷ୍ପତିକୁ ବିରୋଧୀ ଦଳଭାବେ କଂଗ୍ରେସ ଓ ଆମ୍ ଆଦମୀ ପାର୍ଟୀ ବିରୋଧ କରି ଆସୁଛନ୍ତି ।