31.1 C
Bhubaneswar
Monday, March 30, 2026
Homeଓଡିଶାବାଚସ୍ପତିଙ୍କ ମାଇକ୍ ଟାଣିନେଲେ ତାରା ବାହିନୀପତି

ବାଚସ୍ପତିଙ୍କ ମାଇକ୍ ଟାଣିନେଲେ ତାରା ବାହିନୀପତି

ଭୁବନେଶ୍ବର: ଆଜି ବିଧାନସଭାରେ ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ଗୃହରେ ବିରୋଧୀ ବିଧାୟକମାନେ ହୋ ହଲ୍ଲା କରିଥିଲେ। ଶୂନ୍ୟକାଳରେ ଗୃହରେ ପୋଲାଭରମ ପ୍ରସଙ୍ଗ ଉଠିଥିଲା।ପୋଲାଭରମ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଆନ୍ଧ୍ରକୁ ଟଙ୍କା ଦେବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହି ପ୍ରକଳ୍ପ ଦ୍ଵାରା ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ ଜଳମଗ୍ନ ହେବ ବୋଲି ସେ ଅଭିଯୋଗ କରିଥିଲେ । ଏହାପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନପତି କହିଥିଲେ ଯେ, ପୋଲାଭରମକୁ ନେଇ ଗୃହ କମିଟି ଗଠନ କରାଯାଉ । ଗୃହ କମିଟି ଗଠନ ଦାବିରେ ଗୃହରେ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପ୍ରତିବାଦ ସମୟରେ ବାଚସ୍ପତିଙ୍କ ମାଇକ ବିଧାୟକ ତାରା ବାହିନୀପତି ଟାଣି ଦେଇଥିଲ । ଯାହା ପରେ ଗୃହକୁ ପ୍ରଥମେ ୧୫ ମିନିଟ୍ ଏବଂ ପରେ ୪ଟା ଯାଏ ବାଚସ୍ପତି ସୁରମା ପାଢ଼ୀ ମୁଲତବୀ ରଖିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking