34.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗମାଟ୍ରିକ ପରୀକ୍ଷା ଫି ଛାଡ କଲେ ରାଜ୍ୟ ସରକାର

ମାଟ୍ରିକ ପରୀକ୍ଷା ଫି ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ଫି ଛାଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରୀକ୍ଷା ଫି ଛାଡ ହେଲେ ପ୍ରାୟ ୬ ଲକ୍ଷ ଛାତ୍ରଛାତ୍ରୀ ଏହାଦ୍ୱାରା ଉପକୃତ ହେବେ । ତେବେ ଫି ଛାଡ ପାଇଁ ୨୭ ରୋଟି ବ୍ୟୟଭାର ବହନ କରିବେ ସରକାର । ମାଟ୍ରିକ ପରୀକ୍ଷା ପାଇଁ ପ୍ରତି ପିଲାଙ୍କୁ ୪୨୦ ଟଙ୍କା ଫି ପଡିଥାଏ ।

ଚଳିତବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାରଙ୍କୁ ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ । ଉଲ୍ଲେଖଯୋଗ୍ୟ ଯେ, ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍ ଦେବାକୁ ପଡିଥାଏ । କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ସେମାନଙ୍କର ପାଠ୍ୟକ୍ରମରେ ବିଭିନ୍ନ ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଂଚିତ ହେବେ ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking