27.1 C
Bhubaneswar
Tuesday, February 24, 2026
Homeଓଡିଶାରାଜ୍ୟର ସବୁ ଜିଲ୍ଲାପାଳ-ଏସ୍‌ପିଙ୍କୁ ଚିଠି ଲେଖିଲା ରାଜ୍ୟ ଗୃହ ବିଭାଗ

ରାଜ୍ୟର ସବୁ ଜିଲ୍ଲାପାଳ-ଏସ୍‌ପିଙ୍କୁ ଚିଠି ଲେଖିଲା ରାଜ୍ୟ ଗୃହ ବିଭାଗ

ଭୁବନେଶ୍ବର: କଂଗ୍ରେସ ପକ୍ଷରୁ ଜୁଲାଇ ୧୭ ତାରିଖରେ ହେବାକୁ ଥିବା ଓଡ଼ିଶା ବନ୍ଦ ନେଇ ରାଜ୍ୟର ରାଜ୍ୟ ଗୃହ ବିଭାଗ ସବୁ ଜିଲ୍ଲାପାଳମାନଙ୍କୁ ଚିଠି କରିଛି। ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି। ଜରୁରୀକାଳୀନ ସେବା ପ୍ରଭାବିତ ନହେବା ଉପରେ ଗୁରୁତ୍ୱ ଦେଇଛି। ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ହେବ। ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ବନ୍ଦ ହେବ। ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀଙ୍କ ମୃତ୍ୟୁ ପରେ ରାଜ୍ୟ ରାଜନୀତି ଜୋର୍‌ ଧରିଥିବା ବେଳେ କଂଗ୍ରେସ ପକ୍ଷରୁ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବନ୍ଦକୁ କଂଗ୍ରେସ ସମେତ ସମସ୍ତ ବାମପନ୍ଥୀ ଦଳ ସିପିଆଇ, ସିପିଆଇ(ଏମ୍‌), ସିପିଆଇ(ଏମ୍ଏଲ), ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ୍, ଏନ୍‌ସିପି, ଏସ୍‌ପି ଓ ଆର୍‌ଜେଡି ଦଳ ସମର୍ଥନ ଜଣାଇଛନ୍ତି। ବନ୍ଦ ଯୋଗୁଁ ଗୁରୁବାର ବିଦ୍ୟାଳୟ, କଲେଜ ଓ ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। କଂଗ୍ରେସ ଭବନଠାରେ ଆୟୋଜିତ ବିଭିନ୍ନ ଦଳର ମିଳିତ ସାମ୍ବାଦିକ ସମ୍ମିଳନୀରେ ମଙ୍ଗଳବାର ଏ ସଂପର୍କରେ ଘୋଷଣା କରାଯାଇଛି।

ସୂଚନାଯୋଗ୍ୟ, ବାଲେଶ୍ବରର କଲେଜ ଛାତ୍ରୀ ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍‌ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ଶତ ଚେଷ୍ଟା ପରେ ମଧ୍ୟ ସେ ଆଖି ବୁଜିଥିଲେ। ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଥିବା ତାଙ୍କ ଜନ୍ମମାଟିରେ ମଙ୍ଗଳବାର ପୂର୍ବାହ୍‌ଣରେ ଅନ୍ତିମ ସଂସ୍କାର କରାଯାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking