28.1 C
Bhubaneswar
Saturday, December 28, 2024
Homeଓଡିଶାଶୀତକୁ ଉଡାଇ ନେଲା ବାତ୍ୟା ଦାନା

ଶୀତକୁ ଉଡାଇ ନେଲା ବାତ୍ୟା ଦାନା

ଭୁବନେଶ୍ବର : ଶୀତକୁ ଉଡାଇ ନେଲା ବାତ୍ୟା ଦାନା । ସ୍ବାଭାବିକ ଦିନଠାରୁ ଏକମାସ ପଛକୁ ଠେଲିନେଲା ଶୀତ। ନଭେମ୍ବର ୧୫ ତାରିଖ ଭିତରେ ଶୀତ ପଡିବ ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାରଣ ଏବେ ରାଜ୍ୟକୁ ଉତ୍ତର-ପୂର୍ବ ଦିଗରୁ ପବନ ବହୁଛି । ପ୍ରଭାବରେ ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହୁଛି । ନଭେମ୍ବର ଶେଷ ଆଡକୁ ଉତ୍ତର ଦିଗରୁ ଥଣ୍ଡା ପବନ ପ୍ରବାହ ବଢିଲେ ଶୀତ ବଢିବ । ବର୍ତ୍ତମାନ ପଶ୍ଚିମା ଝଡର ବି ପ୍ରଭାବ ନାହିଁ । ବାତ୍ୟା ପରେ ମାତ୍ର ଗୋଟିଏ ପଶ୍ଚିମାଝଡ ସୃଷ୍ଟି ହୋଇଛି । ଆଗକୁ ଧିରେ ଧିରେ ତାପମାତ୍ରା କମିବ । କିନ୍ତୁ ହଠାତ୍ ଶୀତ ହେବନାହିଁ । ବର୍ତ୍ତମାନ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି ।

ଏହାସହ ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ରହୁଛି । ଦିନର ତାପମାତ୍ରା ସ୍ବାଭାବିକ କୁ ଫେରୁଛି । ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୪.୮ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ କନ୍ଧମାଳର ଦାରିଖବାଡିରେ ସର୍ବନିମ୍ନ ତାପମାତ୍ରା ୧୬.୫ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ବର ଦିନର ତାପମାତ୍ରା ୩୨.୫ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ରାତିର ତାପମାତ୍ରା ୨୨.୫ ଡିଗ୍ରୀ ରେକର୍ଡ ହୋଇଛି । ସେହିଭଳି କଟକରେ ଦିନର ତାପମାତ୍ରା ୩୦.୫ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ରାତିର ତାପମାତ୍ରା ୨୨ଡିଗ୍ରୀ ରେକର୍ଡ ହୋଇଛି । ବର୍ତ୍ତମାନ ତାପମାତ୍ରା ସହ ଆର୍ଦ୍ରତା ୭୦ ରୁ ୯୯ ପ୍ରତିଶତ ରହୁଛି । ଫଳରେ ଶୀତ ପରିବର୍ତ୍ତେ ଗରମ ଏବଂ ଗୁଳୁଗଳି ଅନୁଭୁତ ହେଉଛି । ଆର୍ଦ୍ରତା କମିବା ସହ ଶୁଷ୍କତା ବଢିଲେ ଶୀତ ଆସିବ ବୋଲି ପାଣିପାଗ କେନ୍ଦ୍ର କହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking