29.1 C
Bhubaneswar
Monday, February 9, 2026
Homeଓଡିଶା୧୨ କି.ମି ବେଗରେ ଆସୁଛି ବାତ୍ୟା

୧୨ କି.ମି ବେଗରେ ଆସୁଛି ବାତ୍ୟା

ଭୁବନେଶ୍ୱର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସ୍ଥଳଭାଗ ମୁହାଁ ହେଉଛି। ପାରାଦୀପଠାରୁ ବାତ୍ୟା ୨୬୦ କିଲୋମିଟର ଦୂରରେ ଥିବାବେଳେ ଧାମରାଠାରୁ ୨୮୦ କିମି ଦୂରରେ ରହିଛି। ଭିତରକନିକା ଏବଂ ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଥିବାବେଳେ ସମୁଦ୍ରରେ ବର୍ତ୍ତମାନ ଘଣ୍ଟା ପ୍ରତି ୧୨ କିମି ବେଗରେ ଅଗ୍ରସର ହେଉଛି। ତେଣୁ ଗୁରୁବାର ବିଳମ୍ବିତ ରାତିରୁ ଶୁକ୍ରବାର ଭୋର ସମୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ବାତ୍ୟା ପ୍ରଭାବରରେ ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲା ସବୁଠୁ ଅଧିକ ପ୍ରଭାବିତ ହେବାକୁ ଥିବାରୁ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଜିଲାଗୁଡ଼ିକରେ ଲୋକଙ୍କ ନିରାପତ୍ତାକୁ ଗୁରୁତ୍ଵ ଦିଆଯାଇଛି। ଚାଳଛପର ଓ ଆଜବେଷ୍ଟର ଘରେ ରହୁଥିବା ଲୋକଙ୍କୁ ଉଦ୍ଧାର କରାଯାଇ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking