40.1 C
Bhubaneswar
Wednesday, April 24, 2024
Homeଓଡିଶାହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର

ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ଶବ ଉଦ୍ଧାର

ବଲାଙ୍ଗୀର : ଏକ ଘରୋଇ କଲେଜ ହଷ୍ଟେଲରୁ ମିଳିଛି ଜଣେ ଛାତ୍ରୀଙ୍କ ମୃତ ଦେହ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ପହଞ୍ଚି ଘଟଣାର ଖୋଳତାଡ଼ କରୁଛି । ସୂଚନା ଅନୁଯାୟୀ, ବଲାଙ୍ଗୀର ଜିଲ୍ଲାର ସକମା ଗାଁରେ ଥିବା ଏକ ଘରୋଇ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ମୃତ ଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ଦ୍ୱିତୀୟ ବର୍ଷରେ ପଢୁଥିଲେ । ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ ଆରମ୍ଭ କରିଛି ଲୋଇସିଂହା ଥାନା ପୋଲିସ । ମୃତ ଛାତ୍ରୀଙ୍କ ପରିବାର ଲୋକଙ୍କୁ ଖବର ଦେଇଛନ୍ତି କଲେଜ କର୍ତ୍ତୃପକ୍ଷ । ପାରିପାର୍ଶ୍ୱିକ ସ୍ଥିତିରୁ ଆତ୍ମହତ୍ୟା ସନ୍ଦେହ କରାଯାଉଛି । ତେବେ କାରଣ ଅସ୍ପଷ୍ଟ ରହିଛି । ତଦନ୍ତ ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking