40.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ୟରେ ଆଜି ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ଆଶଙ୍କା

ରାଜ୍ୟରେ ଆଜି ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ ତାତି । ଆଜି ୪୦ ଡିଗ୍ରୀ ଛୁଇଁବା ଆଶଙ୍କା । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବା ନେଇ ପାଣିପାଗ ବିଭାଗର ଆକଳନ । ୫ଟି ସ୍ଥାନରେ ତାପମାତ୍ରା ୩୯ ଡିଗ୍ରୀ ଉପରେ ରେକର୍ଡ । ୩୯ ଦଶମିକ ୮ ଡିଗ୍ରୀ ତାପମାତ୍ରା ସହ ପାରଳାଖେମୁଣ୍ଡି ଗତକାଲି ରାଜ୍ୟର ସବୁଠାରୁ ଉତପ୍ତ ସହର ପାଲଟିଥିଲା ।ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ଆହୁରି ୨-୩ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତେଣୁ ୩୧ ତାରିଖ ସୁଦ୍ଧା କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି। ଅନ୍ୟପଟେ ତାପମାତ୍ରା ବୃଦ୍ଧି ଓ ଜଳୀୟବାଷ୍ଫପୂର୍ଣ୍ଣ ବାୟୁର ପ୍ରଭାବ ଯୋଗୁଁ ଆସନ୍ତା ୩ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ରହିବା ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଶୁକ୍ରବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଯାଜୁପୁର ଆଦି ଜିଲ୍ଲାରେ କାଳବୈଶାଖୀ ଯୋଗୁଁ ବିଜୁଳି ଘଡ଼ଘଡ଼ି ସହ ଏହି ଜିଲ୍ଲାଗୁଡ଼ିକରେ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଆଦି ଜିଲ୍ଲାରେ ମଧ୍ୟ ସ୍ୱଳ୍ପ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‌ଆର୍‌ସିଙ୍କ କାର୍ୟ୍ୟାଳୟ ନିର୍ଦ୍ଦେଶ ଦେଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking